
କଟକରେ ଆୟୋଜିତ ହେବ ବିଭିନ୍ନ କାର୍ଯ୍ୟକ୍ରମ ସ୍ୱାଧୀନତାର ଅମୃତ ମହୋତ୍ସବ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜନ୍ମବାର୍ଷିକୀ ଉପଲକ୍ଷେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ୧୭ରୁ ୨୩ ଜାନୁଆରୀ ୨୦୨୩ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ଆଇକନିକ ସପ୍ତାହ ପାଳନ କରାଯାଉଛି। ଜାନୁଆରୀ ୨୦ ତାରିଖରେ ନେତାଜୀଙ୍କ ଜନ୍ମସ୍ଥାନ ଐତିହାସିକ କଟକ ସହରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ। ସିଆରପିଏଫ, ଆଇଟିବିପି ଏବଂ ରାଜ୍ୟ ସରକାରଙ୍କ ମିଳିତ ଆନୁକୁଲ୍ୟରେ ନେତାଜୀଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକାଧିକ କାର୍ଯ୍ୟକ୍ରମ ଆୟୋଜନ ଲାଗି ଯୋଜନା ପ୍ରସ୍ତୁତ କରାଯାଇଛି । ଆସନ୍ତା ୨୦ ତାରିଖ ସକାଳ ସାଢ଼େ ୬ଟାରୁ ସାଢ଼େ ୭ଟା ପର୍ଯ୍ୟନ୍ତ ହାଇକୋର୍ଟ ଠାରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ପର୍ଯ୍ୟନ୍ତ ପ୍ରଭାତ ଫେରି...















