ଭୁବନେଶ୍ବର: ଆସନ୍ତାକାଲି ଶନିବାର ଦିନ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ରାଜ୍ୟ ସରକାର ତଥା ରାଜ୍ୟ ବିଜେପି ବେଶ ଚଳଚଞ୍ଚଳ ହୋଇ ଉଠିଛି। ପ୍ରଧାନମନ୍ତ୍ରୀ ଝାରସୁଗୁଡା ଆସି ସେଠାରେ ଯୁବ ସେବା ସମାବେଶରେ ଯୋଗଦେବେ। ତେବେ ତା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗତକାଲି ଝାରସୁଗୁଡାରେ ପହଞ୍ଚି ସାରିଛନ୍ତି। ସେଠାରେ ସେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ତଦାରଖ କରିବା ସହିତ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଝାରସୁଗୁଡାରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ବିପୁଳ ସ୍ବାଗତ କରାଯାଇଛି।ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଶନିବାର ସକାଳ 9 ଟା 20 ମିନିଟରେ ନୂଆଦିଲ୍ଲୀ ବିମାନ ବନ୍ଦରରୁ ବାହାରିବେ। ସେ...




