ବୀରଭୂମ ଦୁର୍ଘଟଣା: ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଅନୁକମ୍ପାମୂଳକ ସହାୟତା ଘୋଷଣାପଶ୍ଚିମବଙ୍ଗର ବୀରଭୂମରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ଓ ଆହତଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସହାୟତା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (PMNRF) ରୁ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯିବ। ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ ସୂଚନା ଦିଆଯାଇଛି।






