ଭୁବନେଶ୍ଵର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ ମେ ୧୨ ତାରିଖରୁ ରାଜ୍ୟର ସମସ୍ତ ପୋଲିସ ରେଞ୍ଜ୍ ଅନ୍ତର୍ଗତ ଜିଲ୍ଲା ଏସପି ଏବଂ ପୋଲିସ କମିଶନର, ଭୁବନେଶ୍ଵର-କଟକଙ୍କ ନେତୃତ୍ଵରେ “ସ୍ପେଶାଲ ଡ୍ରାଇଭ୍” ଅଭିଯାନ ଜାରି ରହିଛି। ବିଗତ ୧୮ ଦିନ ମଧ୍ୟରେ ଅପରାଧ ଏବଂ ଅପରାଧୀଙ୍କ ବିରୁଦ୍ଧରେ ପୋଲିସ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଅଭିଯାନରେ ମୁଖ୍ୟତଃ ଜାମିନ ବିହୀନ ୱାରେଣ୍ଟ (NBW)କୁ କାର୍ଯ୍ୟକାରୀ କରିବା, ଫେରାର ଅଭିଯୁକ୍ତଙ୍କୁ ଗିରଫ କରିବା, ନିଶା ଦ୍ରବ୍ୟ (ଗଞ୍ଜେଇ ଓ ବ୍ରାଉନସୁଗାର) ଚୋରା ଚାଲାଣକୁ ରୋକିବା, ବେଆଇନ ଅସ୍ତ୍ରଶସ୍ତ୍ର ଏବଂ ବେଆଇନ ଖଣିଜ ଚୋରା ଚାଲାଣରେ...



