Spread the love

ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବୁଧବାର ସକାଳେ କଳିଙ୍ଗ ଷ୍ଟାଡିୟମ ଠାରେ ‘ଏକତା ଦୌଡ’ ବା Run For Unity କୁ ପତକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଛାତ୍ରଛାତ୍ରୀ ଓ ଯୁବକ ଯୁବତୀ ମାନଙ୍କୁ ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦୦୦ ଛୋଟ ପିଲା, କ୍ରୀଡା ହଷ୍ଟଲର ଛାତ୍ରଛାତ୍ରୀ ଓ ବିଭିନ୍ନ କ୍ରୀଡା ସଂଗଠନର ପିଲାମାନେ ଯୋଗଦେଇ ଦୌଡରେ ଭାଗ ନେଇଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ନେତୃତ୍ବ ନେଇ ଏହି ଦୌଡରେ ସାମିଲ ହୋଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଦେଶର ଏକତା ଓ ଅଖଣ୍ଡତା ପାଇଁ ସର୍ଦ୍ଦାର ପଟେଲଙ୍କ ସଂକଳ୍ପ ଓ ଦୃଢ ପଦକ୍ଷେପର ତୁଳନା ନାହିଁ। ଦେଶର ଏକତା ପାଇଁ ସର୍ଦ୍ଦାର ପଟେଲ ସମର୍ପିତ ହୋଇ ଏକ ଅଖଣ୍ଡ ଭାରତର ମୂଳଦୁଆ ସ୍ଥାପନ କରି ଦେଶୀୟ ରାଜ୍ୟ ମାନଙ୍କର ସମ୍ମିଶ୍ରଣରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ରାଜ୍ୟ ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟ ଗଣ, ବିଧାୟକ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, କ୍ରୀଡା ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

#RunForUnity, CM MOHAN MAJHI, BBSR

Leave a Reply

Your email address will not be published. Required fields are marked *