Spread the love

ଛାତ୍ର ସଂସଦ ନିର୍ବାଚନ ପ୍ରସ୍ତୁତି ନେଇ ଉଚ୍ଚଶିକ୍ଷା ବିଭାଗର ବୈଠକ

କ୍ୟାମ୍ପସରେ ହିଂସାକୁ ନେଇ ‘ଜିରୋ ଟଲେରାନ୍ସ’ ନୀତି, ଅଧ୍ୟକ୍ଷ ଓ ରେଜିଷ୍ଟ୍ରାରଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି।

ବୈଠକରେ ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟକ୍ଷ, ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଏବଂ ପିଜି କାଉନସିଲ ଅଧ୍ୟକ୍ଷମାନେ ଭର୍ଚୁଆଲ୍ ମାଧ୍ୟମରେ ଯୋଗ ଦେଇ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଥିଲେ।

ଛାତ୍ର ସଂସଦ ନିର୍ବାଚନ ସମୟରେ କ୍ୟାମ୍ପସରେ ଯେପରି କୌଣସି ପ୍ରକାରର ହିଂସାତ୍ମକ ଘଟଣା ନ ଘଟେ, ସେଥିପ୍ରତି ବିଶେଷ ଗୁରୁତ୍ୱ ଦିଆଯାଇଛି। କ୍ୟାମ୍ପସ ହିଂସା ବିରୋଧରେ ‘ଶୂନ୍ୟ ସହନଶୀଳତା’ ନୀତି ଅବଲମ୍ବନ କରିବାକୁ ଉଚ୍ଚଶିକ୍ଷା ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ମହାବିଦ୍ୟାଳୟ ଅଧ୍ୟକ୍ଷ, ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଏବଂ ପିଜି କାଉନସିଲ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ନିର୍ବାଚନ ପ୍ରକ୍ରିୟା ସମୟରେ ଶୃଙ୍ଖଳା, ଶାନ୍ତି ଓ ସୁରକ୍ଷିତ ପରିବେଶ ବଜାୟ ରଖିବା ସହ ଛାତ୍ରଛାତ୍ରୀମାନେ ଯେପରି ନିର୍ଭୟରେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ସାମିଲ ହୋଇପାରିବେ, ସେଥିପ୍ରତି ସମସ୍ତ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କୁ ସତର୍କ ରହିବାକୁ କୁହାଯାଇଛି।

Leave a Reply

Your email address will not be published. Required fields are marked *