Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।

​ଅନୁଗୋଳ, ତା. ୨୬.୧୦:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଆଠମଲ୍ଲିକ ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣି ଶିବିରରେ ସମୁଦାୟ ୬୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪୮ଟି ବ୍ୟକ୍ତିଗତ ଓ ୨୦ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୮ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ୧ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ହଜାର ଟଙ୍କା ଓ ୪ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୨୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।

​ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଆଠମଲ୍ଲିକ ଉପଜିଲ୍ଲାପାଳ ଶ୍ରୀ ଉପେନ୍ଦ୍ର ଲୋହା, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞ୍ଜୟ କୁମାର ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ମଧୁସ୍ମିତା ନନ୍ଦ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଦିବ୍ୟ ସ୍ୱରୂପ ପଣ୍ଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ମନିଷ ଏକ୍କା, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ।

Leave a Reply

Your email address will not be published. Required fields are marked *