Spread the love

ଆଜି ଦେଶ ପାଳୁଛି ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ। ଏହି ଅବସରରେ ଗୁଜରାଟର ଷ୍ଟାଚ୍ୟୁ ଅଫ ୟୁନିଟ୍‌ରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସର୍ଦ୍ଦାର ପଟେଲଙ୍କ ସ୍ମୃତିଚାରଣ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ମୁଁ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି, ଯିଏ ସ୍ବାଧୀନତା ପରେ ୫୬୨ଟି ଗଡ଼ଜାତ ରାଜ୍ୟର ଏକୀକରଣରେ ସେ ଐତିହାସିକ ଭୂମିକା ଗ୍ରହଣ କରିଥିଲେ ଏବଂ ସ୍ବାଧୀନ ଭାରତର ଏକତାର ମୂଳଦୁଆ ସ୍ଥାପନ କରିଥିଲେ।ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଲୌହମାନବଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

Leave a Reply

Your email address will not be published. Required fields are marked *