Spread the love

ସମ୍ଭାବ୍ୟ ବାତ୍ୟା ପାଇଁ ଖୋରଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଆଜିଠାରୁ ନଭେମ୍ବର ୨୩ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ନଛାଡିବା ପାଇଁ ନିର୍ଦ୍ଦେଶ

ସମ୍ଭାବ୍ୟ ବାତ୍ୟା ଅକୱାନକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ ମାନଙ୍କ ଛୁଟି ବାତିଲ କରାଯାଇଛି । ଏଥିସହ ବିନା ଅନୁମତିରେ ସେମାନଙ୍କୁ ମୁଖ୍ୟାଳୟ ନଛାଡିବା ପାଇଁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଯେଉଁ ଅଧିକାରୀ ଛୁଟି କିମ୍ବା ମୁଖ୍ୟାଳୟ ଛାଡିବା ଅନୁମତି ନେଇଛନ୍ତି ଏହାକୁ ବାତିଲ କରାଯିବା ସହ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହ ଆସନ୍ତା ୬ ଦିନ ଅର୍ଥାତ ନଭେମ୍ବର ୧୮ ରୁ ୨୩ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।

Leave a Reply

Your email address will not be published. Required fields are marked *