Spread the love

ଭୂବନେଶ୍ୱର: ଆସନ୍ତା ୨୪ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ବିଜୁଳି ଓ ଘଡ଼ଘଡ଼ି ନେଇ ୧୨ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିପାରେ।

ତେବେ ଆସନ୍ତା ୨୪ ତାରିଖ ଯାଏ ଏଭଳି ପାଗ ରହିବ। ସେହିପରି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲା। ତେବେ ଗତ ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ତାଣ୍ଡବ ରଚିଥିଲା ବେଳେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା।

Leave a Reply

Your email address will not be published. Required fields are marked *